ଯିଶାଇୟ 42

ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ଓ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ କରି ନିଯୁକ୍ତ କରିବୁ।

Isaiah 42:7 (UKJV) To open the blind eyes, to bring out the prisoners from the prison, and them that sit in darkness out of the prison house.

5ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି;

6“ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ୱାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ, ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁ,

7ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ଓ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ କରି ନିଯୁକ୍ତ କରିବୁ।

8ଆମ୍ଭେ ସଦାପ୍ରଭୁ: ଏହି ଆମ୍ଭର ନାମ; ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ, କିଅବା ଆପଣା ପ୍ରଶଂସା ଖୋଦିତ ପ୍ରତିମାଗଣକୁ ଦେବୁ ନାହିଁ।

9ଦେଖ, ଆଦ୍ୟ ବିଷୟମାନ ସିଦ୍ଧ ହେଲା, ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ; ସେହି ସବୁ ଅଙ୍କୁରିତ ହେବାର ପୂର୍ବେ ତଦ୍‍ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଉ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.