ଯିଶାଇୟ 43

ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ।

Isaiah 43:11 (UKJV) I, even I, am the LORD; and beside me there is no saviour.

9ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ; ସେମାନଙ୍କ ମଧ୍ୟରେ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଆମ୍ଭମାନଙ୍କୁ ଦେଖାଇ ପାରେ? ସେମାନେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା ଆପଣା ସାକ୍ଷୀଗଣକୁ ଆଣନ୍ତୁ; ଅଥବା ସେମାନେ ଶୁଣି ଏହା ସତ୍ୟ ବୋଲି କୁହନ୍ତୁ।

10ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ, ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ।

11ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ।

12ଆମ୍ଭେ ପ୍ରକାଶ କରିଅଛୁ, ଆମ୍ଭେ ଉଦ୍ଧାର କରିଅଛୁ ଓ ଆମ୍ଭେ ଦେଖାଇଅଛୁ, ଆଉ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀୟ ଦେବତା ନ ଥିଲା; ଏହେତୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ୱର ଅଟୁ।”

13“ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.