ଯିଶାଇୟ 43

ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି;

Isaiah 43:16 (UKJV) Thus says the LORD, which makes a way in the sea, and a path in the mighty waters;

14ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲ୍‍ଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା।

15ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ଧର୍ମସ୍ୱରୂପ, ଇସ୍ରାଏଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁ।”

16ଯେ ସମୁଦ୍ରରେ ପଥ ଓ ମହାଜଳରାଶିରେ ମାର୍ଗ କରନ୍ତି;

17ଯେ ରଥ ଓ ଅଶ୍ୱ, ସୈନ୍ୟ ଓ ବୀରଗଣକୁ ବାହାର କରି ଆଣନ୍ତି; ସେମାନେ ଏକତ୍ର ତଳେ ଶୋଇ ଆଉ ଉଠିବେ ନାହିଁ, ସେମାନେ ଲୁପ୍ତ ଓ ଛଣପଟ ପରି ଲିଭିଯାʼନ୍ତି; ସେହି ସଦାପ୍ରଭୁ ଏହି କଥା କହନ୍ତି;

18“ତୁମ୍ଭେମାନେ ଆଦ୍ୟ ବିଷୟସବୁ ସ୍ମରଣ କର ନାହିଁ, କିଅବା ପୁରାତନ ବିଷୟସବୁ ବିବେଚନା କର ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.