19ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦ-ନଦୀ କରିବା।
20କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଓଟପକ୍ଷୀଗଣ ଆମ୍ଭର ଗୌରବ କରିବେ; କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ପାନାର୍ଥେ ପ୍ରାନ୍ତର ମଧ୍ୟରେ ଜଳ ଓ ମରୁଭୂମିରେ ନଦ-ନଦୀ ଯୋଗାଉ;
21ସେହି ଲୋକମାନଙ୍କୁ ଆମ୍ଭେ ଆପଣା ପ୍ରଶଂସା ବର୍ଣ୍ଣନା କରିବା ନିମନ୍ତେ ସୃଷ୍ଟି କରିଅଛୁ।
22ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ବିଷୟରେ କ୍ଳାନ୍ତ ହୋଇଅଛ।
23ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ; କିଅବା ତୁମ୍ଭେ ଆପଣା ବଳିଦାନ ଦ୍ୱାରା ଆମ୍ଭର ସମାଦର କରି ନାହଁ। ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ୍ୟକର୍ମ କରାଇ ନାହୁଁ; କିଅବା କୁନ୍ଦୁରୁ ନିମନ୍ତେ ତୁମ୍ଭକୁ କ୍ଳାନ୍ତ କରାଇ ନାହୁଁ।