24ତୁମ୍ଭେ ରୌପ୍ୟ ମୁଦ୍ରା ଦେଇ ଆମ୍ଭ ପାଇଁ ସୁଗନ୍ଧି ବଚ କ୍ରୟ କରି ନାହଁ, କିଅବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ; ମାତ୍ର ତୁମ୍ଭେ ଆପଣା ପାପ ଦ୍ୱାରା ଆମ୍ଭକୁ ଦାସ୍ୟକର୍ମ କରାଇଅଛ, ତୁମ୍ଭେ ଆପଣା ନାନା ଅଧର୍ମରେ ଆମ୍ଭକୁ କ୍ଳାନ୍ତ କରିଅଛ।
25ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ।
26ଆମ୍ଭଙ୍କୁ ସ୍ମରଣ କରାଅ; ଆମ୍ଭେମାନେ ପରସ୍ପରର ବିଚାର କରୁ; ତୁମ୍ଭେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା କଥା କୁହ।
27ତୁମ୍ଭର ଆଦିପିତା ପାପ କଲା ଓ ତୁମ୍ଭର ମଧ୍ୟସ୍ଥିମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି।
28ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା।