ଯିଶାଇୟ 43

କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ଇସ୍ରାଏଲର ଧର୍ମସ୍ୱରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ୱରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ ଓ ସବା ଦେଶ ଦେଇଅଛୁ।

Isaiah 43:3 (UKJV) For I am the LORD your God, the Holy One of Israel, your Saviour: I gave Egypt for your ransom, Ethiopia and Seba for you.

1ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; “ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ୱାନ କରିଅଛୁ, ତୁମ୍ଭେ ଆମ୍ଭର।

2ତୁମ୍ଭେ ଜଳ ମଧ୍ୟଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦ-ନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।

3କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ଇସ୍ରାଏଲର ଧର୍ମସ୍ୱରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ୱରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ ଓ ସବା ଦେଶ ଦେଇଅଛୁ।

4ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।

5ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.