ଯିଶାଇୟ 43

ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;

Isaiah 43:5 (UKJV) Fear not: for I am with you: I will bring your seed from the east, and gather you from the west;

3କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ଇସ୍ରାଏଲର ଧର୍ମସ୍ୱରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ୱରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ ଓ ସବା ଦେଶ ଦେଇଅଛୁ।

4ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।

5ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;

6ଆମ୍ଭେ ଉତ୍ତର ଦିଗକୁ କହିବା, ‘ଛାଡ଼ିଦିଅ’ ଓ ଦକ୍ଷିଣ ଦିଗକୁ କହିବା, ‘ଅଟକାଇ ରଖ ନାହିଁ;’ ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ;

7ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.