4ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।
5ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;
6ଆମ୍ଭେ ଉତ୍ତର ଦିଗକୁ କହିବା, ‘ଛାଡ଼ିଦିଅ’ ଓ ଦକ୍ଷିଣ ଦିଗକୁ କହିବା, ‘ଅଟକାଇ ରଖ ନାହିଁ;’ ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ;
7ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।”
8ଚକ୍ଷୁ ଥାଇ ଅନ୍ଧ ଓ କର୍ଣ୍ଣ ଥାଇ ବଧିର, ଏହି ଲୋକଙ୍କୁ ବାହାର କରି ଆଣ।