ଯିଶାଇୟ 44

ଯାହା କୌଣସି ବିଷୟରେ ଉପକାରକ ନୁହେଁ, ଏପରି ଦେବତା କିଏ ନିର୍ମାଣ କରିଅଛି, ଅବା ଖୋଦିତ ପ୍ରତିମା କିଏ ଛାଞ୍ଚରେ ଢାଳିଅଛି?

Isaiah 44:10 (UKJV) Who has formed a god, or molten a graven image that is profitable for nothing?

8ତୁମ୍ଭେମାନେ କମ୍ପିତ କିଅବା ଭୀତ ହୁଅ ନାହିଁ; ଆମ୍ଭେ କʼଣ ପୂର୍ବରୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରି ନାହୁଁ ଓ ତୁମ୍ଭମାନଙ୍କୁ ତାହା ଜଣାଇ ନାହୁଁ? ତୁମ୍ଭେମାନେ ଆମ୍ଭର ସାକ୍ଷୀ। ଆମ୍ଭ ଭିନ୍ନ ଆଉ କି ପରମେଶ୍ୱର ଅଛନ୍ତି? ଅନ୍ୟ ଶୈଳ ନାହିଁ; ଆମ୍ଭେ କାହାକୁ ଜାଣୁ ନା।”

9ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।

10ଯାହା କୌଣସି ବିଷୟରେ ଉପକାରକ ନୁହେଁ, ଏପରି ଦେବତା କିଏ ନିର୍ମାଣ କରିଅଛି, ଅବା ଖୋଦିତ ପ୍ରତିମା କିଏ ଛାଞ୍ଚରେ ଢାଳିଅଛି?

11ଦେଖ, ତାହାର ସହାୟ ସମସ୍ତେ ଲଜ୍ଜିତ ହେବେ; ପୁଣି, ଶିଳ୍ପକାରୀମାନେ ମନୁଷ୍ୟ ମାତ୍ର; ସେସମସ୍ତେ ଏକତ୍ର ହେଉନ୍ତୁ, ସେମାନେ ଛିଡ଼ା ହେଉନ୍ତୁ; ସେମାନେ କମ୍ପିତ ହେବେ, ସେମାନେ ଏକାବେଳେ ଲଜ୍ଜିତ ହେବେ।

12କର୍ମକାର ଲୌହ ଅସ୍ତ୍ର ନିର୍ମାଣ କରି ତପ୍ତ ଅଙ୍ଗାରରେ କର୍ମ କରେ ଓ ହାତୁଡ଼ିରେ ତାହା ଗଢ଼ି ନିଜର ବଳିଷ୍ଠ ବାହୁରେ ତାହା ପ୍ରସ୍ତୁତ କରେ; ହଁ, ସେ କ୍ଷୁଧିତ ହୁଏ ଓ ତାହାର ବଳ ଊଣା ପଡ଼ିଯାଏ, ସେ ଜଳ ପାନ ନ କରି କ୍ଳାନ୍ତ ହୁଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.