14ସେ ଆପଣା ନିମନ୍ତେ ଏରସ ବୃକ୍ଷ କାଟେ, ତର୍ସା ଓ ଅଲୋନ ବୃକ୍ଷ ନିଏ, ସେ ବନବୃକ୍ଷ ମଧ୍ୟରୁ ଗୋଟିଏ ବୃକ୍ଷ ଆପଣା ପାଇଁ ଦୃଢ଼ କରେ; ସେ ଦେବଦାରୁ ବୃକ୍ଷ ରୋପଣ କରେ ଓ ବୃଷ୍ଟି ତାହା ବଢ଼ାଏ।
15ଏଉତ୍ତାରେ ତାହା ମନୁଷ୍ୟର ଜାଳେଣି କାଷ୍ଠ ହୁଏ; ସେ ତହିଁରୁ କିଛି ନେଇ ଅଗ୍ନି ତାପ ନିଏ; ଆଉ, ସେ ତାହା ଜାଳି ରୁଟି ପାକ କରେ; ଆହୁରି, ଗୋଟିଏ ଦେବତା କରି ତାହା ପୂଜା କରେ; ସେ ଗୋଟିଏ ଖୋଦିତ ପ୍ରତିମା କରି ତାହା ଆଗରେ ଦଣ୍ଡବତ କରେ।
16ସେ ତହିଁରୁ ଏକ ଅଂଶ ଅଗ୍ନିରେ ପୋଡ଼େ; ଅନ୍ୟ ଅଂଶରେ ସେ ମାଂସ ପାକ କରି ଭୋଜନ କରେ ଓ ଶୂଲ୍ୟମାଂସ ପ୍ରସ୍ତୁତ କରି ତୃପ୍ତ ହୁଏ, ଆହୁରି ସେ ଅଗ୍ନି ତାପ ନେଇ କହେ, “ଆଃ, ଆମ୍ଭେ ଉଷ୍ଣ ହେଲୁ, ଆମ୍ଭେ ଅଗ୍ନି ଦେଖିଲୁ।”
17ପୁଣି, ସେ ତହିଁର ଅବଶିଷ୍ଟାଂଶ ଦ୍ୱାରା ଏକ ଦେବତା, ଆପଣାର ଖୋଦିତ ପ୍ରତିମା ନିର୍ମାଣ କରେ; ସେ ତାହା ଆଗରେ ଦଣ୍ଡବତ କରି ପୂଜା କରେ ଓ ତାହା ନିକଟରେ ପ୍ରାର୍ଥନା କରି କହେ, “ଆମ୍ଭକୁ ଉଦ୍ଧାର କର, ତୁମ୍ଭେ ଆମ୍ଭର ଦେବତା।”
18ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।