18ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।
19କେହି ମନେ କରେ ନାହିଁ, କିଅବା ଏହା କହିବା ପାଇଁ କାହାରି ଜ୍ଞାନ କି ବୁଦ୍ଧି ନାହିଁ ଯେ, “ଯହିଁର ଏକ ଅଂଶ ନେଇ ଆମ୍ଭେ ଅଗ୍ନିରେ ଦଗ୍ଧ କରିଅଛୁ ଓ ଯହିଁର ଜ୍ୱଳ; ଅଙ୍ଗାର ନେଇ ରୁଟି ପାକ କରିଅଛୁ ଓ ମାଂସ ପାକ କରି ଭୋଜନ କରିଅଛୁ, ତହିଁର ଅବଶିଷ୍ଟାଂଶ ନେଇ କି ଘୃଣାଯୋଗ୍ୟ ବସ୍ତୁ ନିର୍ମାଣ କରିବା? ଆମ୍ଭେ କି ଖଣ୍ଡେ କାଷ୍ଠ ଆଗରେ ଦଣ୍ଡବତ କରିବା?”
20ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, “କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ,” ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।
21ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେ ଏହିସବୁ କଥା ସ୍ମରଣ କର, କାରଣ ତୁମ୍ଭେ ଆମ୍ଭର ଦାସ; ଆମ୍ଭେ ତୁମ୍ଭକୁ ଗଢ଼ିଅଛୁ; ତୁମ୍ଭେ ଆମ୍ଭର ଦାସ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ଦ୍ୱାରା ବିସ୍ମୃତ ହେବ ନାହିଁ।
22ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।