21ହେ ଯାକୁବ, ହେ ଇସ୍ରାଏଲ, ତୁମ୍ଭେ ଏହିସବୁ କଥା ସ୍ମରଣ କର, କାରଣ ତୁମ୍ଭେ ଆମ୍ଭର ଦାସ; ଆମ୍ଭେ ତୁମ୍ଭକୁ ଗଢ଼ିଅଛୁ; ତୁମ୍ଭେ ଆମ୍ଭର ଦାସ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ଦ୍ୱାରା ବିସ୍ମୃତ ହେବ ନାହିଁ।
22ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।
23ହେ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ୱନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ୱରରେ ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ୱିତ କରିବେ।
24ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ?
25ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;