ଯିଶାଇୟ 44

ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ?

Isaiah 44:24 (UKJV) Thus says the LORD, your redeemer, and he that formed you from the womb, I am the LORD that makes all things; that stretches forth the heavens alone; that spreads abroad the earth by myself;

22ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।

23ହେ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଅଛନ୍ତି; ହେ ପୃଥିବୀର ଅଧଃସ୍ଥାନସକଳ, ଆନନ୍ଦଧ୍ୱନି କର; ହେ ପର୍ବତଗଣ, ହେ ଅରଣ୍ୟ ଓ ତନ୍ମଧ୍ୟସ୍ଥ ପ୍ରତ୍ୟେକ ବୃକ୍ଷ, ତୁମ୍ଭେମାନେ ଉଚ୍ଚସ୍ୱରରେ ଗାନ କର; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଅଛନ୍ତି ଓ ଇସ୍ରାଏଲ ମଧ୍ୟରେ ଆପଣାକୁ ଗୌରବାନ୍ୱିତ କରିବେ।

24ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ?

25ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;

26ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ‘ସେହି ସବୁ ପୁନଃନିର୍ମିତ ହେବ,’ ‘ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନସବୁ ପୁନର୍ବାର ପତ୍ତନ କରିବା;’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.