1ତଥାପି ହେ ଆମ୍ଭର ଦାସ ଯାକୁବ ଓ ଆମ୍ଭର ମନୋନୀତ ଇସ୍ରାଏଲ, ଏବେ ଶୁଣ;
2ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୁଣ, ଭୟ କର ନାହିଁ।
3କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;
4ତହିଁରେ ସେମାନେ ଜଳସ୍ରୋତ ନିକଟସ୍ଥ ବାଇଶୀ ବୃକ୍ଷ ତୁଲ୍ୟ ତୃଣ ମଧ୍ୟରେ ଅଙ୍କୁରିତ ହେବେ।
5ଏକ ଜଣ କହିବ, ‘ଆମ୍ଭେ ସଦାପ୍ରଭୁଙ୍କର;’ ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱହସ୍ତରେ ସ୍ୱାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ।”