4ତହିଁରେ ସେମାନେ ଜଳସ୍ରୋତ ନିକଟସ୍ଥ ବାଇଶୀ ବୃକ୍ଷ ତୁଲ୍ୟ ତୃଣ ମଧ୍ୟରେ ଅଙ୍କୁରିତ ହେବେ।
5ଏକ ଜଣ କହିବ, ‘ଆମ୍ଭେ ସଦାପ୍ରଭୁଙ୍କର;’ ଅନ୍ୟ ଜଣ ଯାକୁବ ନାମରେ ଆପଣାକୁ ଖ୍ୟାତ କରିବ; ଆଉ, ଜଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱହସ୍ତରେ ସ୍ୱାକ୍ଷର କରିବ ଓ ଇସ୍ରାଏଲୀୟ କୁଳ ନାମରେ ଆପଣାକୁ ପ୍ରସିଦ୍ଧ କରିବ।”
6ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ।
7ଆମ୍ଭେ ସେହି ପୁରାତନ ଲୋକଙ୍କୁ ସ୍ଥାପନ କରିବା ସମୟଠାରୁ ଆମ୍ଭ ତୁଲ୍ୟ କିଏ ଆହ୍ୱାନ କରିବ ଓ ତାହା ପ୍ରକାଶ କରିବ ଓ ଯଥାକ୍ରମେ ଆମ୍ଭ ପାଇଁ ତାହା ସଜାଇବ? ପୁଣି, ଯାହା ଯାହା ନିକଟବର୍ତ୍ତୀ ଓ ଯାହା ଯାହା ଘଟିବ, ତାହା ସେମାନେ ପ୍ରକାଶ କରନ୍ତୁ।
8ତୁମ୍ଭେମାନେ କମ୍ପିତ କିଅବା ଭୀତ ହୁଅ ନାହିଁ; ଆମ୍ଭେ କʼଣ ପୂର୍ବରୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରି ନାହୁଁ ଓ ତୁମ୍ଭମାନଙ୍କୁ ତାହା ଜଣାଇ ନାହୁଁ? ତୁମ୍ଭେମାନେ ଆମ୍ଭର ସାକ୍ଷୀ। ଆମ୍ଭ ଭିନ୍ନ ଆଉ କି ପରମେଶ୍ୱର ଅଛନ୍ତି? ଅନ୍ୟ ଶୈଳ ନାହିଁ; ଆମ୍ଭେ କାହାକୁ ଜାଣୁ ନା।”