12ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ।
13ଆମ୍ଭେ ଧର୍ମରେ ତାହାକୁ ଉତ୍ପନ୍ନ କରିଅଛୁ ଓ ଆମ୍ଭେ ତାହାର ସକଳ ପଥ ସରଳ କରିବା; ସେ ଆମ୍ଭର ନଗର ନିର୍ମାଣ କରିବ ଓ ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ଛାଡ଼ିଦେବ, ମୂଲ୍ୟ ନିମନ୍ତେ କିଅବା ପୁରସ୍କାର ନିମନ୍ତେ ନୁହେଁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
14ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”
15ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଆତ୍ମଗୋପନକାରୀ ପରମେଶ୍ୱର ଅଟ।
16ସେମାନେ ଲଜ୍ଜିତ ହେବେ, ହଁ, ସେମାନେ ସମସ୍ତେ ବିବ୍ରତ ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ।