ଯିଶାଇୟ 45

ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଆତ୍ମଗୋପନକାରୀ ପରମେଶ୍ୱର ଅଟ।

Isaiah 45:15 (UKJV) Verily you are a God that hide yourself, O God of Israel, the Saviour.

13ଆମ୍ଭେ ଧର୍ମରେ ତାହାକୁ ଉତ୍ପନ୍ନ କରିଅଛୁ ଓ ଆମ୍ଭେ ତାହାର ସକଳ ପଥ ସରଳ କରିବା; ସେ ଆମ୍ଭର ନଗର ନିର୍ମାଣ କରିବ ଓ ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ଛାଡ଼ିଦେବ, ମୂଲ୍ୟ ନିମନ୍ତେ କିଅବା ପୁରସ୍କାର ନିମନ୍ତେ ନୁହେଁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

14ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍‍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”

15ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଆତ୍ମଗୋପନକାରୀ ପରମେଶ୍ୱର ଅଟ।

16ସେମାନେ ଲଜ୍ଜିତ ହେବେ, ହଁ, ସେମାନେ ସମସ୍ତେ ବିବ୍ରତ ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ।

17ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.