20ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।
21ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବକାଳରୁ କିଏ ଏହା ଜଣାଇଅଛି? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।
22ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।
23ଆମ୍ଭେ ଆପଣା ନାମ ନେଇ ଶପଥ କରିଅଛୁ ଓ ଧର୍ମମୟ ବାକ୍ୟ ଆମ୍ଭ ମୁଖରୁ ନିର୍ଗତ ହୋଇଅଛି, ତାହା ଅନ୍ୟଥା ହେବ ନାହିଁ, ‘ଆମ୍ଭ ଛାମୁରେ ପ୍ରତ୍ୟେକ ଆଣ୍ଠୁ ନତ ହେବ, ପ୍ରତ୍ୟେକ ଜିହ୍ୱା ଶପଥ କରିବ।’
24ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି। ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।