4ଆମ୍ଭ ଦାସ ଯାକୁବ ଓ ଆମ୍ଭ ମନୋନୀତ ଇସ୍ରାଏଲ ସକାଶେ ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଡାକିଅଛୁ; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭକୁ ଉପାଧି ଦେଇଅଛୁ।
5ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ; ଆମ୍ଭ ଛଡ଼ା ଆଉ ପରମେଶ୍ୱର ନାହାନ୍ତି; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭର କଟିବନ୍ଧନ କରିବା;
6ତହିଁରେ ଆମ୍ଭ ଛଡ଼ା ଯେ ଆଉ କେହି ନାହିଁ, ଏହା ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ଲୋକେ ଜାଣିବେ; ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।
7ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।
8ହେ ଆକାଶମଣ୍ଡଳ, ତୁମ୍ଭେମାନେ ଉପରୁ ବର୍ଷଣ କର, ମେଘମାଳ ଧର୍ମବୃଷ୍ଟି କରୁ; ଯେପରି ପରିତ୍ରାଣ ଉତ୍ପନ୍ନ ହେବ, ଏଥିପାଇଁ ପୃଥିବୀ ବିଦୀର୍ଣ୍ଣ ହେଉ ଓ ସେ ଧାର୍ମିକତା ଏକତ୍ର ଅଙ୍କୁରିତ କରାଉ; ଆମ୍ଭେ ସଦାପ୍ରଭୁ ଏହା ସୃଷ୍ଟି କରିଅଛୁ।