7ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।
8ହେ ଆକାଶମଣ୍ଡଳ, ତୁମ୍ଭେମାନେ ଉପରୁ ବର୍ଷଣ କର, ମେଘମାଳ ଧର୍ମବୃଷ୍ଟି କରୁ; ଯେପରି ପରିତ୍ରାଣ ଉତ୍ପନ୍ନ ହେବ, ଏଥିପାଇଁ ପୃଥିବୀ ବିଦୀର୍ଣ୍ଣ ହେଉ ଓ ସେ ଧାର୍ମିକତା ଏକତ୍ର ଅଙ୍କୁରିତ କରାଉ; ଆମ୍ଭେ ସଦାପ୍ରଭୁ ଏହା ସୃଷ୍ଟି କରିଅଛୁ।
9ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର! ପୃଥିବୀର ଖପରା ମଧ୍ୟରେ ଖଣ୍ଡେ ଖପରା ମାତ୍ର! ମୃତ୍ତିକା କʼଣ ତାʼର ଗଢ଼ିବା ଲୋକକୁ କହିବ, ‘ତୁମ୍ଭେ କଅଣ ନିର୍ମାଣ କରୁଅଛ?’ ଅବା ତୁମ୍ଭର କର୍ମ କʼଣ କହିବ, ‘ତାହାର ହସ୍ତ ନାହିଁ?’
10ଯେ ପିତାକୁ କହେ, ‘ତୁମ୍ଭେ କଅଣ ଜନ୍ମାଉଅଛ,’ ଅବା ସ୍ତ୍ରୀଲୋକକୁ କହେ, ‘ତୁମ୍ଭେ କଅଣ ପ୍ରସବ କରୁଅଛ? ସେ ସନ୍ତାପର ପାତ୍ର!’”
11ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ୱରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି, “ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଚାର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣର ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ।