8ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ୱ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର।
9ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ;
10ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ‘ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,’
11ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା।
12ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ।