ଯିଶାଇୟ 46

ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ।

Isaiah 46:12 (UKJV) Hearken unto me, all of you stouthearted, that are far from righteousness:

10ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ‘ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,’

11ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା।

12ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ।

13ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.