2ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରି ପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି।
3“ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;
4ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା।
5ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା?
6ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।