ଯିଶାଇୟ 46

ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ;

Isaiah 46:9 (UKJV) Remember the former things of old: for I am God, and there is none else; I am God, and there is none like me,

7ସେମାନେ ତାହାକୁ ସ୍କନ୍ଧରେ ବହନ କରନ୍ତି ଓ ତାହାକୁ ବୋହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁ ସେ ଉତ୍ତର ଦେଇ ପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରି ପାରିବ ନାହିଁ।

8ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ୱ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର।

9ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ;

10ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ‘ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,’

11ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.