ଯିଶାଇୟ 47

ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍‍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ।

Isaiah 47:1 (UKJV) Come down, and sit in the dust, O virgin daughter of Babylon, sit on the ground: there is no throne, O daughter of the Chaldeans: for you shall no more be called tender and delicate.

1ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍‍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ।

2ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ପୋଷାକ କାଢ଼ି ପକାଅ, ପାଦ ଅନାବୃତ କର, ନଦ-ନଦୀରେ ଚାଲି କରି ଯାଅ।

3ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.