8ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ,”
9ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ୱ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।
10କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, “କେହି ଆମ୍ଭକୁ ଦେଖୁ ନାହିଁ,” ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;”
11ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରି ପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍ ତୁମ୍ଭ ଉପରେ ଘଟିବ।
12ତୁମ୍ଭେ ବାଲ୍ୟକାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।