ଯିଶାଇୟ 47

ତୁମ୍ଭେ ବାଲ୍ୟକାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।

Isaiah 47:12 (UKJV) Stand now with yours enchantments, and with the multitude of your sorceries, wherein you have laboured from your youth; if so be you shall be able to profit, if so be you may prevail.

10କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, “କେହି ଆମ୍ଭକୁ ଦେଖୁ ନାହିଁ,” ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;”

11ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରି ପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍‍ ତୁମ୍ଭ ଉପରେ ଘଟିବ।

12ତୁମ୍ଭେ ବାଲ୍ୟକାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।

13ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଠିଆ ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।

14ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ। ତାହା ଉଷ୍ଣ ହେବା ନିମନ୍ତେ ଜ୍ୱଳନ୍ତ ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ୱରୂପ ହେବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.