ଯିଶାଇୟ 47

ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଠିଆ ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।

Isaiah 47:13 (UKJV) You are wearied in the multitude of your counsels. Let now the astrologers, the stargazers, the monthly sign tellers, stand up, and save you from these things that shall come upon you.

11ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରି ପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍‍ ତୁମ୍ଭ ଉପରେ ଘଟିବ।

12ତୁମ୍ଭେ ବାଲ୍ୟକାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।

13ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଠିଆ ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।

14ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ। ତାହା ଉଷ୍ଣ ହେବା ନିମନ୍ତେ ଜ୍ୱଳନ୍ତ ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ୱରୂପ ହେବ ନାହିଁ।

15ଯେଉଁ ଯେଉଁ ବିଷୟରେ ତୁମ୍ଭେ ପରିଶ୍ରମ କରିଅଛ, ସେହି ସବୁ ତୁମ୍ଭ ପ୍ରତି ଏହିପରି ହେବ; ତୁମ୍ଭର ଯୌବନରୁ ଯେଉଁମାନେ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି, ସେମାନଙ୍କର ପ୍ରତ୍ୟେକେ ଏଣେତେଣେ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.