ଯିଶାଇୟ 47

ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ୱରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ।

Isaiah 47:4 (UKJV) As for our redeemer, the LORD of hosts is his name, the Holy One of Israel.

2ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ପୋଷାକ କାଢ଼ି ପକାଅ, ପାଦ ଅନାବୃତ କର, ନଦ-ନଦୀରେ ଚାଲି କରି ଯାଅ।

3ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ।

4ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ୱରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ।

5ଆଗୋ କଲ୍‍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ।

6ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.