4ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ୱରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ।
5ଆଗୋ କଲ୍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ।
6ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।
7ପୁଣି, ତୁମ୍ଭେ କହିଲ, “ଆମ୍ଭେ ସଦାକାଳ କର୍ତ୍ତୃତ୍ୱକାରିଣୀ ହୋଇ ରହିବା;” ଏହେତୁ ତୁମ୍ଭେ ଏହିସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ।
8ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ,”