ଯିଶାଇୟ 47

ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ୱ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।

Isaiah 47:9 (UKJV) But these two things shall come to you in a moment in one day, the loss of children, and widowhood: they shall come upon you in their perfection for the multitude of your sorceries, and for the great abundance of yours enchantments.

7ପୁଣି, ତୁମ୍ଭେ କହିଲ, “ଆମ୍ଭେ ସଦାକାଳ କର୍ତ୍ତୃତ୍ୱକାରିଣୀ ହୋଇ ରହିବା;” ଏହେତୁ ତୁମ୍ଭେ ଏହିସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ।

8ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ,”

9ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ୱ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।

10କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, “କେହି ଆମ୍ଭକୁ ଦେଖୁ ନାହିଁ,” ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;”

11ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରି ପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍‍ ତୁମ୍ଭ ଉପରେ ଘଟିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.