9ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ବରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷାନ୍ତ ହେବା।
10ଦେଖ, ଆମ୍ଭେ ତୁମ୍ଭକୁ ପରିଷ୍କାର କରିଅଛୁ, ମାତ୍ର ରୂପା ପରି ନୁହେଁ; ଆମ୍ଭେ ଦୁଃଖରୂପ ଉହ୍ମାଇରେ ତୁମ୍ଭକୁ ମନୋନୀତ କରିଅଛୁ।
11ଆମ୍ଭେ ଆପଣା ସକାଶୁ, କେବଳ ଆପଣା ସକାଶୁ ତାହା କରିବା; କାରଣ ଆମ୍ଭର ନାମ କାହିଁକି ଅପବିତ୍ରୀକୃତ ହେବ? ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ ଦେବା ନାହିଁ।
12ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅନ୍ତ।
13ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।”