10ଦେଖ, ଆମ୍ଭେ ତୁମ୍ଭକୁ ପରିଷ୍କାର କରିଅଛୁ, ମାତ୍ର ରୂପା ପରି ନୁହେଁ; ଆମ୍ଭେ ଦୁଃଖରୂପ ଉହ୍ମାଇରେ ତୁମ୍ଭକୁ ମନୋନୀତ କରିଅଛୁ।
11ଆମ୍ଭେ ଆପଣା ସକାଶୁ, କେବଳ ଆପଣା ସକାଶୁ ତାହା କରିବା; କାରଣ ଆମ୍ଭର ନାମ କାହିଁକି ଅପବିତ୍ରୀକୃତ ହେବ? ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ ଦେବା ନାହିଁ।
12ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅନ୍ତ।
13ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।”
14“ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନସ୍କାମନା ସିଦ୍ଧ କରିବ ଓ କଲ୍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ।