ଯିଶାଇୟ 48

ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ୱାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ।

Isaiah 48:15 (UKJV) I, even I, have spoken; yea, I have called him: I have brought him, and he shall make his way prosperous.

13ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।”

14“ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନସ୍କାମନା ସିଦ୍ଧ କରିବ ଓ କଲ୍‍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ।

15ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ୱାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ।

16ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁ; ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ;” ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି।

17ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.