14“ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନସ୍କାମନା ସିଦ୍ଧ କରିବ ଓ କଲ୍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ।
15ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ୱାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ।
16ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁ; ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ;” ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି।
17ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ।
18ଆଃ, ତୁମ୍ଭେ ଯଦି ଆମ୍ଭ ଆଜ୍ଞାରେ ମନୋଯୋଗ କରିଥାʼନ୍ତ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥାʼନ୍ତା;