17ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ।
18ଆଃ, ତୁମ୍ଭେ ଯଦି ଆମ୍ଭ ଆଜ୍ଞାରେ ମନୋଯୋଗ କରିଥାʼନ୍ତ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥାʼନ୍ତା;
19ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥାʼନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥାʼନ୍ତା।”
20ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, “ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”
21ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା।