ଯିଶାଇୟ 48

ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା।

Isaiah 48:21 (UKJV) And they thirsted not when he led them through the deserts: he caused the waters to flow out of the rock for them: he clave the rock also, and the waters gushed out.

19ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥାʼନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥାʼନ୍ତା।”

20ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍‍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, “ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”

21ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା।

22ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.