20ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, “ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”
21ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା।
22ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ।”