ଯିଶାଇୟ 48

ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ।

Isaiah 48:4 (UKJV) Because I knew that you are obstinate, and your neck is an iron sinew, and your brow brass;

2କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।

3“ଆମ୍ଭେ ପୂର୍ବକାଳର କଥା ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ; ହଁ, ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ; ଆମ୍ଭେ ତାହା କଲୁ ଓ ଅକସ୍ମାତ୍‍ ସେହି ସବୁ ଘଟିଲା।

4ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ।

5ଏଥିପାଇଁ ଆମ୍ଭେ ପ୍ରାଚୀନ କାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ; ନୋହିଲେ ଅବା ତୁମ୍ଭେ କୁହନ୍ତ, ଆମ୍ଭର ଦେବତା ଏହା କରିଅଛି, ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛି।

6ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍‍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.