7ସେହି ସବୁ ପୂର୍ବକାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, ଆମ୍ଭେ ସେହି ସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ।
8ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ୱାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ।
9ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ବରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷାନ୍ତ ହେବା।
10ଦେଖ, ଆମ୍ଭେ ତୁମ୍ଭକୁ ପରିଷ୍କାର କରିଅଛୁ, ମାତ୍ର ରୂପା ପରି ନୁହେଁ; ଆମ୍ଭେ ଦୁଃଖରୂପ ଉହ୍ମାଇରେ ତୁମ୍ଭକୁ ମନୋନୀତ କରିଅଛୁ।
11ଆମ୍ଭେ ଆପଣା ସକାଶୁ, କେବଳ ଆପଣା ସକାଶୁ ତାହା କରିବା; କାରଣ ଆମ୍ଭର ନାମ କାହିଁକି ଅପବିତ୍ରୀକୃତ ହେବ? ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ ଦେବା ନାହିଁ।