11ପୁଣି, ଆମ୍ଭେ ଆପଣାର ପର୍ବତସବୁକୁ ଏକ ପଥ କରିବା ଓ ଆମ୍ଭର ରାଜପଥସକଳ ଉଚ୍ଚ କରାଯିବ।
12ଦେଖ, ଏମାନେ ଦୂରରୁ ଆସିବେ; ଆଉ ଦେଖ, ଏମାନେ ଉତ୍ତର ଓ ପଶ୍ଚିମ ଦିଗରୁ ଆସିବେ; ପୁଣି, ଏମାନେ ସୀନୀମ୍ ଦେଶରୁ ଆସିବେ।”
13ହେ ଆକାଶମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତମାଳ, ଉଚ୍ଚସ୍ୱରେ ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି ଓ ଆପଣାର କ୍ଳିଷ୍ଟ ଲୋକମାନଙ୍କୁ କରୁଣା କରିବେ।
14ମାତ୍ର ସିୟୋନ କହିଲା, “ସଦାପ୍ରଭୁ ମୋତେ ତ୍ୟାଗ କରିଅଛନ୍ତି, ପ୍ରଭୁ ମୋତେ ପାସୋରିଅଛନ୍ତି।”
15“ସ୍ତ୍ରୀଲୋକ ଆପଣା ଗର୍ଭଜାତ ପୁତ୍ରକୁ ସ୍ନେହ ନ କରି କି ଆପଣା ସ୍ତନ୍ୟପାୟୀ ଶିଶୁକୁ ପାସୋରି ପାରିବ? ହଁ, ଏମାନେ ପାସୋରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।