16ଦେଖ, ଆମ୍ଭେ ଆପଣା ହସ୍ତଦ୍ୱୟର ପାପୁଲିରେ ତୁମ୍ଭର ଆକୃତି ଲେଖିଅଛୁ; ତୁମ୍ଭର ପ୍ରାଚୀର ସର୍ବଦା ଆମ୍ଭ ସମ୍ମୁଖରେ ଅଛି।
17ତୁମ୍ଭର ସନ୍ତାନମାନେ ଶୀଘ୍ର ଆସୁଅଛନ୍ତି, ତୁମ୍ଭର ଉତ୍ପାଟନକାରୀମାନେ ଓ ଯେଉଁମାନେ ତୁମ୍ଭକୁ ଉତ୍ସନ୍ନ କଲେ, ସେମାନେ ତୁମ୍ଭ ମଧ୍ୟରୁ ବାହାରି ଯିବେ।
18ତୁମ୍ଭେ ଚକ୍ଷୁ ମେଲାଇ ଚତୁର୍ଦ୍ଦିଗ ଦେଖ; ଏସମସ୍ତେ ଏକତ୍ରିତ ହୋଇ ତୁମ୍ଭ ନିକଟକୁ ଆସୁଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଭୂଷଣ ତୁଲ୍ୟ ଏହି ସମସ୍ତଙ୍କୁ ପରିଧାନ କରିବ, ପୁଣି କନ୍ୟାର କଟିଭୂଷଣ ତୁଲ୍ୟ ସେମାନଙ୍କୁ ଧାରଣ କରିବ।”
19କାରଣ ନିଶ୍ଚୟ ଏବେ ତୁମ୍ଭେ, “ତୁମ୍ଭ ଉତ୍ସନ୍ନ ଓ ଶୂନ୍ୟସ୍ଥାନସକଳ ଓ ତୁମ୍ଭର ନଷ୍ଟ ଦେଶ, ନିବାସୀଗଣ ନିମନ୍ତେ ସଂକୀର୍ଣ୍ଣ ହେବ ଓ ତୁମ୍ଭର ଗ୍ରାସକାରୀମାନେ ଦୂରରେ ରହିବେ।
20ତୁମ୍ଭର ଅପହୃତ ସନ୍ତାନଗଣ ପୁନର୍ବାର ତୁମ୍ଭ କର୍ଣ୍ଣଗୋଚରରେ କହିବେ, ‘ମୋʼ ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ; ମୋତେ ସ୍ଥାନ ଦିଅ, ମୁଁ ବାସ କରିବି।’