ଯିଶାଇୟ 49

କାରଣ ନିଶ୍ଚୟ ଏବେ ତୁମ୍ଭେ, “ତୁମ୍ଭ ଉତ୍ସନ୍ନ ଓ ଶୂନ୍ୟସ୍ଥାନସକଳ ଓ ତୁମ୍ଭର ନଷ୍ଟ ଦେଶ, ନିବାସୀଗଣ ନିମନ୍ତେ ସଂକୀର୍ଣ୍ଣ ହେବ ଓ ତୁମ୍ଭର ଗ୍ରାସକାରୀମାନେ ଦୂରରେ ରହିବେ।

Isaiah 49:19 (UKJV) For your waste and your desolate places, and the land of your destruction, shall even now be too narrow by reason of the inhabitants, and they that swallowed you up shall be far away.

17ତୁମ୍ଭର ସନ୍ତାନମାନେ ଶୀଘ୍ର ଆସୁଅଛନ୍ତି, ତୁମ୍ଭର ଉତ୍ପାଟନକାରୀମାନେ ଓ ଯେଉଁମାନେ ତୁମ୍ଭକୁ ଉତ୍ସନ୍ନ କଲେ, ସେମାନେ ତୁମ୍ଭ ମଧ୍ୟରୁ ବାହାରି ଯିବେ।

18ତୁମ୍ଭେ ଚକ୍ଷୁ ମେଲାଇ ଚତୁର୍ଦ୍ଦିଗ ଦେଖ; ଏସମସ୍ତେ ଏକତ୍ରିତ ହୋଇ ତୁମ୍ଭ ନିକଟକୁ ଆସୁଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଭୂଷଣ ତୁଲ୍ୟ ଏହି ସମସ୍ତଙ୍କୁ ପରିଧାନ କରିବ, ପୁଣି କନ୍ୟାର କଟିଭୂଷଣ ତୁଲ୍ୟ ସେମାନଙ୍କୁ ଧାରଣ କରିବ।”

19କାରଣ ନିଶ୍ଚୟ ଏବେ ତୁମ୍ଭେ, “ତୁମ୍ଭ ଉତ୍ସନ୍ନ ଓ ଶୂନ୍ୟସ୍ଥାନସକଳ ଓ ତୁମ୍ଭର ନଷ୍ଟ ଦେଶ, ନିବାସୀଗଣ ନିମନ୍ତେ ସଂକୀର୍ଣ୍ଣ ହେବ ଓ ତୁମ୍ଭର ଗ୍ରାସକାରୀମାନେ ଦୂରରେ ରହିବେ।

20ତୁମ୍ଭର ଅପହୃତ ସନ୍ତାନଗଣ ପୁନର୍ବାର ତୁମ୍ଭ କର୍ଣ୍ଣଗୋଚରରେ କହିବେ, ‘ମୋʼ ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ; ମୋତେ ସ୍ଥାନ ଦିଅ, ମୁଁ ବାସ କରିବି।’

21ସେତେବେଳେ ତୁମ୍ଭେ ମନେ ମନେ କହିବ, ‘ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି, ମୁଁ ଏକାକିନୀ, ନିର୍ବାସିତା ହୋଇ ଏଣେତେଣେ ଭ୍ରମଣ କରୁଅଛି, ମୋହର ଏହି ସମସ୍ତଙ୍କୁ କିଏ ଜନ୍ମ ଦେଇଅଛି? ଓ ଏମାନଙ୍କୁ କିଏ ପ୍ରତିପାଳନ କରିଅଛି? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି; ଏମାନେ କେଉଁଠାରେ ଥିଲେ?’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.