ଯିଶାଇୟ 49

ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା ଓ ଗୋଷ୍ଠୀସମୂହର ପ୍ରତି ଆପଣା ଧ୍ୱଜା ଟେକିବା; ତହିଁରେ ସେମାନେ ତୁମ୍ଭ ପୁତ୍ରଗଣକୁ କୋଳରେ ଆଣିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ସ୍କନ୍ଧରେ ବୁହାଯିବେ।

Isaiah 49:22 (UKJV) Thus says the Lord GOD, Behold, I will lift up mine hand to the Gentiles, and set up my standard to the people: and they shall bring your sons in their arms, and your daughters shall be carried upon their shoulders.

20ତୁମ୍ଭର ଅପହୃତ ସନ୍ତାନଗଣ ପୁନର୍ବାର ତୁମ୍ଭ କର୍ଣ୍ଣଗୋଚରରେ କହିବେ, ‘ମୋʼ ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ; ମୋତେ ସ୍ଥାନ ଦିଅ, ମୁଁ ବାସ କରିବି।’

21ସେତେବେଳେ ତୁମ୍ଭେ ମନେ ମନେ କହିବ, ‘ମୋର ସନ୍ତାନଗଣ ଅପହୃତ ହୋଇଅଛନ୍ତି, ମୁଁ ଏକାକିନୀ, ନିର୍ବାସିତା ହୋଇ ଏଣେତେଣେ ଭ୍ରମଣ କରୁଅଛି, ମୋହର ଏହି ସମସ୍ତଙ୍କୁ କିଏ ଜନ୍ମ ଦେଇଅଛି? ଓ ଏମାନଙ୍କୁ କିଏ ପ୍ରତିପାଳନ କରିଅଛି? ଦେଖ, ମୁଁ ଏକାକିନୀ ଅବଶିଷ୍ଟା ଥିଲି; ଏମାନେ କେଉଁଠାରେ ଥିଲେ?’”

22ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ପ୍ରତି ଆପଣା ହସ୍ତ ଉଠାଇବା ଓ ଗୋଷ୍ଠୀସମୂହର ପ୍ରତି ଆପଣା ଧ୍ୱଜା ଟେକିବା; ତହିଁରେ ସେମାନେ ତୁମ୍ଭ ପୁତ୍ରଗଣକୁ କୋଳରେ ଆଣିବେ ଓ ତୁମ୍ଭର କନ୍ୟାଗଣ ସେମାନଙ୍କ ସ୍କନ୍ଧରେ ବୁହାଯିବେ।

23ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।”

24ବୀରଠାରୁ କି ଲୁଟିତ ଦ୍ରବ୍ୟ ହରଣ କରାଯିବ, ଅବା ନ୍ୟାୟରେ ବନ୍ଦୀକୃତ ଲୋକମାନେ କି ମୁକ୍ତ କରାଯିବେ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.