ଯିଶାଇୟ 49

ମାତ୍ର ସଦାପ୍ରଭୁ ଏହି କଥା କହନ୍ତି, “ବୀରର ବନ୍ଦୀକୃତ ଲୋକମାନେ ହିଁ ଅପହୃତ ହେବେ ଓ ଭୟଙ୍କର ଲୋକର ଲୁଟିତ ଦ୍ରବ୍ୟ ମୁକୁଳା ଯିବ; କାରଣ ତୁମ୍ଭ ବିରୋଧକାରୀର ସଙ୍ଗେ ଆମ୍ଭେ ବିରୋଧ କରିବା ଓ ତୁମ୍ଭ ସନ୍ତାନଗଣକୁ ଆମ୍ଭେ ରକ୍ଷା କରିବା।

Isaiah 49:25 (UKJV) But thus says the LORD, Even the captives of the mighty shall be taken away, and the prey of the terrible shall be delivered: for I will contend with him that contends with you, and I will save your children.

23ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।”

24ବୀରଠାରୁ କି ଲୁଟିତ ଦ୍ରବ୍ୟ ହରଣ କରାଯିବ, ଅବା ନ୍ୟାୟରେ ବନ୍ଦୀକୃତ ଲୋକମାନେ କି ମୁକ୍ତ କରାଯିବେ?

25ମାତ୍ର ସଦାପ୍ରଭୁ ଏହି କଥା କହନ୍ତି, “ବୀରର ବନ୍ଦୀକୃତ ଲୋକମାନେ ହିଁ ଅପହୃତ ହେବେ ଓ ଭୟଙ୍କର ଲୋକର ଲୁଟିତ ଦ୍ରବ୍ୟ ମୁକୁଳା ଯିବ; କାରଣ ତୁମ୍ଭ ବିରୋଧକାରୀର ସଙ୍ଗେ ଆମ୍ଭେ ବିରୋଧ କରିବା ଓ ତୁମ୍ଭ ସନ୍ତାନଗଣକୁ ଆମ୍ଭେ ରକ୍ଷା କରିବା।

26ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.