24ବୀରଠାରୁ କି ଲୁଟିତ ଦ୍ରବ୍ୟ ହରଣ କରାଯିବ, ଅବା ନ୍ୟାୟରେ ବନ୍ଦୀକୃତ ଲୋକମାନେ କି ମୁକ୍ତ କରାଯିବେ?
25ମାତ୍ର ସଦାପ୍ରଭୁ ଏହି କଥା କହନ୍ତି, “ବୀରର ବନ୍ଦୀକୃତ ଲୋକମାନେ ହିଁ ଅପହୃତ ହେବେ ଓ ଭୟଙ୍କର ଲୋକର ଲୁଟିତ ଦ୍ରବ୍ୟ ମୁକୁଳା ଯିବ; କାରଣ ତୁମ୍ଭ ବିରୋଧକାରୀର ସଙ୍ଗେ ଆମ୍ଭେ ବିରୋଧ କରିବା ଓ ତୁମ୍ଭ ସନ୍ତାନଗଣକୁ ଆମ୍ଭେ ରକ୍ଷା କରିବା।
26ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ।”