ଯିଶାଇୟ 49

ପୁଣି, ସେ ମୋତେ କହିଲେ, “ତୁମ୍ଭେ ଆମ୍ଭର ଦାସ; ତୁମ୍ଭେ ଇସ୍ରାଏଲ, ତୁମ୍ଭ ଦ୍ୱାରା ଆମ୍ଭେ ମହିମାନ୍ୱିତ ହେବା।”

Isaiah 49:3 (UKJV) And said unto me, You are my servant, O Israel, in whom I will be glorified.

1ହେ ଦ୍ୱୀପସମୂହ, ମୋʼ କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି;

2ପୁଣି, ସେ ମୋର ମୁଖ ତୀକ୍ଷ୍ଣ ଖଡ୍ଗ ସ୍ୱରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି ଓ ସେ ମୋତେ ଶାଣିତ ତୀର ସ୍ୱରୂପ କରି ଆପଣା ତୂଣରେ ଘୋଡ଼ାଇ ରଖିଅଛନ୍ତି;

3ପୁଣି, ସେ ମୋତେ କହିଲେ, “ତୁମ୍ଭେ ଆମ୍ଭର ଦାସ; ତୁମ୍ଭେ ଇସ୍ରାଏଲ, ତୁମ୍ଭ ଦ୍ୱାରା ଆମ୍ଭେ ମହିମାନ୍ୱିତ ହେବା।”

4ମାତ୍ର ମୁଁ କହିଲି, “ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି; ତଥାପି ନିଶ୍ଚୟ ମୋହର ବିଚାର ସଦାପ୍ରଭୁଙ୍କ ନିକଟରେ ଓ ମୋହର କର୍ମର ଫଳ ମୋହର ପରମେଶ୍ୱରଙ୍କଠାରେ ଅଛି।”

5ପୁଣି, ମୋତେ ତାହାଙ୍କର ସେବକ ହେବା ପାଇଁ ଓ ଯାକୁବକୁ ତାହାଙ୍କ ନିକଟକୁ ଆଣିବା ପାଇଁ ଓ ଇସ୍ରାଏଲ ତାହାଙ୍କ ନିକଟରେ ସଂଗୃହୀତ ହେବା ପାଇଁ ଯେ ମୋତେ ଗର୍ଭରୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ କହନ୍ତି; (କାରଣ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଆଦରଣୀୟ ଅଟେ ଓ ମୋହର ପରମେଶ୍ୱର ମୋହର ବଳ ସ୍ୱରୂପ ହୋଇଅଛନ୍ତି);

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.