8ଦେଶରେ ଯେପରି ଆଉ ସ୍ଥାନ ନ ଥିବ ଓ ତୁମ୍ଭେମାନେ ଯେପରି ତହିଁ ମଧ୍ୟରେ ଏକାକୀ ବାସ କରିବ, ଏଥିପାଇଁ ଗୃହକୁ ଗୃହ, କ୍ଷେତ୍ରକୁ କ୍ଷେତ୍ର ଲଗାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସନ୍ତାପର ପାତ୍ର!
9ସୈନ୍ୟାଧିପତି ସଦାପ୍ରଭୁ ମୋʼ କର୍ଣ୍ଣରେ କହନ୍ତି, “ନିଶ୍ଚୟ ଅନେକ ଗୃହ ଧ୍ୱଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ।
10କାରଣ ଦଶ ଏକର ଦ୍ରାକ୍ଷାକ୍ଷେତ୍ରରେ ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଓ ଦଶ ମହଣ ବୀଜରୁ କେବଳ ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।”
11ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ବ କରନ୍ତି, ସେମାନେ ସନ୍ତାପର ପାତ୍ର!
12ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।