12ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।
13ଏଥିପାଇଁ ମୋହର ଲୋକମାନେ ଜ୍ଞାନ ଅଭାବରୁ ବନ୍ଦୀ ହୋଇ ଯାଇଅଛନ୍ତି; ପୁଣି, ସେମାନଙ୍କର ସମ୍ଭ୍ରାନ୍ତ ଲୋକମାନେ କ୍ଷୁଧାର୍ତ୍ତ ଓ ସେମାନଙ୍କର ଲୋକସମୂହ ତୃଷାରେ ଶୁଷ୍କ ହେଉଅଛନ୍ତି।
14ଏଥିପାଇଁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ, ସେମାନଙ୍କର ଲୋକସମୂହ, ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯାʼନ୍ତି।
15ପୁଣି, ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ, ପୁଣି ଅହଙ୍କାରୀମାନଙ୍କର ଦୃଷ୍ଟି ନତ ହୁଏ;
16ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି, ଧର୍ମସ୍ୱରୂପ ପରମେଶ୍ୱର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି।