15ପୁଣି, ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ, ପୁଣି ଅହଙ୍କାରୀମାନଙ୍କର ଦୃଷ୍ଟି ନତ ହୁଏ;
16ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି, ଧର୍ମସ୍ୱରୂପ ପରମେଶ୍ୱର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି।
17ସେହି ସମୟରେ ମେଷଶାବକମାନେ ଆପଣା ଚରାସ୍ଥାନରେ ଚରିବା ପରି ଚରିବେ, ପୁଣି, ଭ୍ରମଣକାରୀମାନେ ହୃଷ୍ଟପୁଷ୍ଟ ଲୋକମାନଙ୍କର ଧ୍ୱଂସସ୍ଥାନ ଭୋଗ କରିବେ।
18ଯେଉଁମାନେ ଅସାରତାରୂପ ରଜ୍ଜୁରେ ଅପରାଧ ଓ ଶଗଡ଼ ରଜ୍ଜୁରେ ପାପ ଆକର୍ଷଣ କରନ୍ତି, ସେମାନେ ସନ୍ତାପର ପାତ୍ର!
19ସେମାନେ କହନ୍ତି, “ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ୱରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ।”